aahe krusho sainyagana aaso bohono

ଆହେ କ୍ରୁଶ ସୈନ୍ୟଗଣ, ଆସ ବହନ

ଯୀଶୁ ଜୟ ଗାନେ ପୃଥ୍ୱୀ କରିବା ପୂର୍ଣ୍ଣ । ଘୋଷା ।

ଧ ନ୍ୟ ଯୀଶୁ ତ୍ରାତା, ଦଶ ସହସ୍ରେ ଧନ୍ୟ,

କ୍ରୁଶ କାଷ୍ଠେ, ମରି କଷ୍ଟ ସାଧିଲେ ତ୍ରାଣ । ୧ । 

 

ସତ୍ୟ, ଶାନ୍ତି, ଦୟା, କ୍ଷମା ସେ କ୍ରୁଶେ ପୂର୍ଣ୍ଣ,

ଆମ୍ଭେ ଭୋଗୁଛୁଁ ପ୍ରଚୁରେ କି ଭାଗ୍ୟବାନ ! । 

 

ଉଠ କ୍ରୁଶ-ସୈନ୍ୟଗଣ, ଦୟାର କର୍ମ

ପ୍ରକାଶିବା ତାଙ୍କ ପକ୍ଷେ ସେ ଯୀଶୁ ସମ । ୪ ।

 

 ବିନା ମୂଲ୍ୟେ ତ୍ରାଣଧନ ହେଲୁଁ ପ୍ରାପଣ,

ବିନାମୂଲ୍ୟେ ଦେବା ଆଜ୍ଞା କରୁ ପାଳନ । ୫ । 

 

ଧର୍ମାତ୍ମା ପ୍ରଭାବେ ଉଠ, କରିବା କର୍ମ,

ବର୍ଣ୍ଣିବା ହୃଷ୍ଟେ ଅନ୍ତର-ଭରସା-ମର୍ମ । ୬ ।

ପାପ ପଥୁଁ ଫେରାଇବା ଯେତେକ ଜନ,

ହୋଇବେ ଆମ୍ଭ ଦର୍ପର ମୁକୁଟ ସମ । ୭ ।

ଆହେ ଯୀଶୁ, କ୍ରୁଶ-ଧନ ସେ କ୍ରୁଶ-ଜ୍ଞାନ 

କ୍ରୁଶାଶ୍ରିତ ସର୍ବ ମନେ କର ବର୍ଦ୍ଧନ । ୮ ।

Leave a comment

Your email address will not be published. Required fields are marked *