palibi mu e niyama

ପାଳିବି ମୁଁ ଏ ନିୟମ ଯୀଶୁଙ୍କୁ କରି ସ୍ମରଣ (ଘୋଷା)

ପର ହସ୍ତଗତ ରାତ୍ର ଯୀଶୁ ଶିଷ୍ୟଙ୍କ ସଙ୍ଗତେ
ପାଳିଥିଲେ ଏ ନିୟମ ପ୍ରେମେ ହୋଇ ପରିପୂର୍ଣ || ୧ ||

ଏ ନିୟମେ ତାଙ୍କ ପ୍ରେମ କରିବି ମୁହିଁ ସୁରଣ
ଯେଉଁ ପ୍ରେମେ ମରିଥିଲେ ମୋହର ପାପ କାରଣ || ୨ ||

ଏ ନିୟମେ ତାଙ୍କ ଦୁଃଖ ଯାତନା କ୍ରନ୍ଦନ ଶୋକ
କରିବି ମୁହିଁ ସ୍ମରଣ, ମୋ କାରଣ ସେ କଷଣ ||୩||

ଏ ରୋଟୀ କରେ ପ୍ରକାଶ ତାଙ୍କର ବିକ୍ଷତ ମାଂସ
ହୋଇଥିଲା ଖଣ୍ଡ ଖଣ୍ଡ ତାଙ୍କ ଦେହ ମୋ କାରଣ ||୪||

ଏ ଦ୍ରାକ୍ଷାରସେ ଦର୍ଶନ ତାଙ୍କ ରୁଧିର ପତନ
ସର୍ବାଙ୍ଗରୁ ଧାର ଧାର ବହିଥିଲା ମୋ କାରଣ ||୫||

ସୂଚୀମାଳାକୁ ଫେରନ୍ତୁ

Leave a comment

Your email address will not be published. Required fields are marked *