biswa tapita porana tarane
ବିଶ୍ୱ ତାପିତ ପରାଣ ତାରଣେ ତ୍ରାଣଭାନୁ ଭବେ ଉଇଁଲେଣି, ବେଥଲିହିମରେ ଦୂତ ସ୍ୱରେ ନରେ ଶୁଭାଗମ ଗୀତି ଗାଇଲେଣି । ଘୋଷା । ଦୂତ ମୁଖୁ ଶୁଣି ଭକ୍ତ ମେଷପାଳେ, ଭେଟିଲେ ସର୍ବାଗ୍ରେ ଶ୍ରୀପଦ କମଳେ, ଦର୍ଶନାନ୍ତେ ପଥେ ଗାଇଲେ ମରତେ ସରଗ ସମ୍ପଦ ଅଇଲେଣି । ୧ । ଉପହାରକର ପଣ୍ଡିତ ନିକର, ଶିଶୁ ଯୀଶୁ ପଦେ କରି ନମସ୍କାର, ଭଜନ ସ୍ମରଣେ ନାମ ସଂକୀର୍ତ୍ତନେ ମୋକ୍ଷ କରତାକୁ ପାଇଲେଣି । ୨ । […]